Odisha Link
Bridging the Missing Links in Odisha

ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ, ୪ଟି ସ୍ଥାନରେ ଚାଲିଛି ଚଢ଼ାଉ

ଓଏଲ୍‌ ବ୍ୟୁରୋ: ଗତ କିଛି ଦିନ ହେବ ଚାଲିଛି ସରକାରୀ ବାବୁଙ୍କ ମାଳମାଳ ସମ୍ପତିର ଖୋଳତାଡ଼। ଅନେକ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବାବେଳେ ତଦନ୍ତ କରୁଛି ଭିଜିଲାନ୍ସ ଦଳ। ଏସବୁ ଭିତରେ ଭିଜିଲାନ୍ସ ପଞ୍ଝାରେ ତାଳଚେର ଖଣି ଉପନିର୍ଦ୍ଦେଶକ ପଡିଛନ୍ତି।। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍‌ ଚାଲିଛି। କେନ୍ଦୁଝର, ତେଲକୋଇ ଓ ତାଳଚେରର ୪ଟି ସ୍ଥାନରେ ରେଡ୍‌। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କେନ୍ଦୁଝରର ପଣ୍ଡାପଡ଼ାସ୍ଥିତ ଶ୍ୱଶୁରଘର, ତେଲକୋଇସ୍ଥିତ ପୈତୃକ ଘର ଓ ଭୁବନେଶ୍ୱର ଏବଂ ତାଳଚେରରେ ଭିଜିଲାନ୍ସ ଟିମ୍‌ ଛାନ୍‌ଭିନ୍‌ କରୁଛି।

Leave A Reply

Your email address will not be published.