Odisha Link
Bridging the Missing Links in Odisha

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ ଅବପାତ ରୂପ ନେଇଛି। କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟ ରାତିରେ ଉପକୂଳ ଅତିକ୍ରମ କରିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି ହୋଇଛି। ରାଜ୍ୟର ୪ ଜିଲ୍ଲାର ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି କଟକ, ଖୋର୍ଦ୍ଧା, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାକୁ ସତର୍କ କରାଯାଇଛି। ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି ।

Leave A Reply

Your email address will not be published.