ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ, ୧୭ରେ ମିଳିବ ପ୍ରଥମ କିସ୍ତି
ଓଏଲ୍ ବ୍ୟୁରୋ: ଗୃହରେ ସୁଭଦ୍ରା ଝଡ଼ ଲାଗିରହିଥିବା ବେଳେ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପ୍ରଭାତୀ ପରିଡ଼ା କହିଛନ୍ତି, ଆଜି ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରାଯାଇଛି। ସୁଭଦ୍ରା ପୋର୍ଟାଲରେ ସମସ୍ତ ସୂଚନା ଉପଲବ୍ଧ ହେବ। କିଛି ତ୍ୟ ଜାଣିବାକୁ ଚାହୁଁଥିଲେ ପୋର୍ଟାଲରୁ ହିଁ ସମସ୍ତ ତଥ୍ୟ ମିଳିବ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା।
ଏଥିସହିତ ସେ ଆହୁରି କହିଛନ୍ତି, ରାକ୍ଷୀ ପୂର୍ଣ୍ଣିମାରେ ମିଳିବାକୁ ଥିବା ପ୍ରଥମ କିସ୍ତି ସେପ୍ଟେମ୍ବର ୧୭ ତାରିଖରୁ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ନିଜେ ପ୍ରଧାନମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିବେ। ସମସ୍ତ ଯୋଗ୍ୟ ମହିଳାଙ୍କୁ ମିଳିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ କହିଛନ୍ତି ପ୍ରଭାତୀ।
ସେ ଆହୁରି କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ୪ ତାରିଖରୁ ଫର୍ମ ସଂଗ୍ରହ ଆରମ୍ଭ ହେବ। ଫର୍ମ ପୂରଣ କରି ଆଧାର କାର୍ଡ ନକଲ ସହ ଦାଖଲ କରିବେ ହିତାଧିକାରୀ। ମୋ ସେବା କେନ୍ଦ୍ର ବା ଜନସେବା କେନ୍ଦ୍ରରେ ଫର୍ମ ଦାଖଲ କରିବେ। ଫର୍ମ ବଣ୍ଟନ ଓ ଦାଖଲ ସଂପୂର୍ଣ୍ଣ ମାଗଣାରେ ହେବ କହିଛନ୍ତି ପ୍ରଭାତୀ ପରିଡ଼ା।