Odisha Link
Bridging the Missing Links in Odisha

ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ, ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରୀୟ ଦଳ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ ବଢ଼ିବାରେ ଲାଗିଛି। ରାଜ୍ୟର ପୁରୀ ଜିଲାର ପିପିଲି, ସତ୍ୟବାଦୀ, ନିମାପଡା ଓ ଡେଲାଙ୍ଗ ବ୍ଲକର ୪ଟି ଗ୍ରାମରେ ବାର୍ଡ ଫ୍ଲୁ ରୋଗ ଚିହ୍ନଟ କରାଯାଇଛି। ଭାରତ ସରକାରଙ୍କ ନିର୍ଦ୍ଦେଶିତ କାର୍ଯ୍ୟ ଯୋଜନା ଅନୁଯାୟୀ ଏହି ରୋଗର ନିୟନ୍ତ୍ରଣ ଓ ନିରାକରଣ କାର୍ଯ୍ୟକ୍ରମ ଚାଲୁରହିଛି। ପିପିଲି ଓ ସତ୍ୟବାଦୀ ବ୍ଲକରେ ସଂକ୍ରମିତ କୁକୁଡ଼ାଗୁଡିକୁ ମରାଯାଇଥିବାବେଳେ ଡେଲାଙ୍ଗ ଓ ନିମାପଡା ବ୍ଲକରେ ଏହି ପ୍ରକ୍ରିୟା ଜାରି ରହିଛି। ସ୍ଥିତି ସମୀକ୍ଷା ପାଇଁ ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରୀୟ ଦଳ। ଏନେଇ ସ୍ୱାସ୍ଥ୍ୟ ବିଭାଗ ସହ ବୈଠକ କରିବା ସହ ସ୍ଥିତି ଅନୁଧ୍ୟାନ କରିବେ।

ଅନ୍ୟପଟେ, ନମୁନା ସଂଗ୍ରହ ତଥା ରୋଗର ଅନୁସନ୍ଧାନ ପ୍ରକ୍ରିୟାକୁ ତ୍ୱରାନ୍ବିିତ କରିବା ସହିତ ଜନସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଜନସାଧାରଣ ଯେପରି ଭୟଭୀତ ନ ହେବେ ସେଥିପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ସଚେତନ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଅପରପକ୍ଷେ ଭାରତ ସରକାରଙ୍କର ପଶୁପାଳନ ଏବଂ ଦୁଗ୍ଧ ବିଭାଗ ସଚିବ ଅଳକା ଉପାଧ୍ୟାୟ ଏହି ରୋଗର ନିୟନ୍ତ୍ରଣ ତଥା ନିରାକରଣ ଲାଗି ରାଜ୍ୟକୁ ସମସ୍ତ ପ୍ରକାରର ସହାୟତା ପାଇଁ ନିଶ୍ଚିତ କରିଛନ୍ତି।

Leave A Reply

Your email address will not be published.