Odisha Link
Bridging the Missing Links in Odisha

ଆସୁଛି ଆଉ ଏକ ଲଘୁଚାପ, ୧୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଓଏଲ୍‌ ବ୍ୟୁରୋ: ସେପ୍ଟେମ୍ବର ମାସ ଆରମ୍ଭ ହେଲାଣି ହେଲେ ଥମୁନି ବର୍ଷା। ଗୋଟାଏ ପରେ ଗୋଟାଏ ଲଘୁଚାପ ଆସିବାରେ ଲାଗିଛି। ଆସନ୍ତାକାଲି ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଯାହାର ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ, ସେପ୍ଟେମ୍ବର ୫ରୁ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲେ ଓ୍ବାର୍ଣ୍ଣିଂ ଜାରି ହୋଇଛି। ସୂଚନାଅନୁଯାୟୀ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Leave A Reply

Your email address will not be published.