ଜଳସେଚନ ସୁବିଧାକୁ ଗୁରୁତ୍ୱ, ନିର୍ମାଣ ହେବ ୧୨୮୦ ଚେକ୍ ଡ୍ୟାମ୍
ଓଏଲ୍ ବ୍ୟୁରୋ: ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନର ଆଜି ଚଉଦ ଦିନରେ ପହଂଚିଛି। ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି। ବିଧାୟକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ଏସବୁ ଭିତରେ ରାଜ୍ୟରେ ଚେକ୍ ଡ୍ୟାମ୍ ନିର୍ମାଣ ନେଇ ଗୃହରେ ମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ୧୨୮୦ ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି।
୨୦୨୨-୨୫ ଭିତରେ ୧୨୮୦ ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି। ତେଣୁ ୨୦୨୫ ସୁଦ୍ଧା ୫୮୫ ଚେକ୍ ଡ୍ୟାମ୍ ନିର୍ମାଣ ସରିବ ବୋଲି ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ଯେଉଁ ବ୍ଲକରେ ୩୫%ରୁ କମ୍ ଜମିକୁ ଜଳସେଚନ ସୁବିଧା ଅଛି ସେଠାରେ ଆଡ଼ିବନ୍ଧ ତିଆରି ଯୋଜନାରେ ଜଳସେଚନ ସୁବିଧା ଯୋଗାଇ ଦିଆଯିବ। ଏଥିପାଇଁ ୨୦୨୪-୨୫ ଆର୍ଥିକ ବର୍ଷ ଶେଷ ସୁଦ୍ଧା ୮୧୧.୪୫କୋଟି ବ୍ୟୟରେ ୧୨୮୦ଟି ଚେକ୍ ଡ୍ୟାମ୍ ନିର୍ମାଣ କରାଯିବ ବୋଲି ନିଷ୍ପତ୍ତି ହୋଇଛି।