Odisha Link
Bridging the Missing Links in Odisha

ଗୃହରେ ଉଠିଲା ରେଭେନ୍‌ସା ପ୍ରସଙ୍ଗ, ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି କଲେ ବିଧାୟକ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ସବୁଠୁ ବେଶୀ ଚର୍ଚ୍ଚାର ବିଷୟ ପାଲଟିଛି ରେଭେନ୍‌ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତ୍ତନ ପ୍ରସଙ୍ଗ। ଯାହାକୁ ନେଇ ଛାତ୍ରଛାତ୍ରୀଙ୍କ ଠାରୁ ବିଧାନସଭା ଯାଏଁ ଚର୍ଚ୍ଚା ଚାଲିଛି। ଆଜି ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନର ଚଉଦ ଦିନରେ ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି। ବିଧାୟକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ଏସବୁ ଭିତରେ ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗ ଉଠାଇଲେ ବିଧାୟକ ବ୍ୟୋମକେଶ ରାୟ।

ରେଭେନ୍ସା ନାଁ ପରିବର୍ତ୍ତନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି କରିଛନ୍ତି ବିଜେଡି ବିଧାୟକ। ସେ କହିଛନ୍ତି, ରେଭେନ୍ସା ୧୫୬ ବର୍ଷର ଶିକ୍ଷାନୁଷ୍ଠାନ, ନ’ଙ୍କ ଦୁର୍ଭିକ୍ଷ ସହ ଯୋଡ଼ିବା ଠିକ୍ ନୁହେଁ। ରେଭେନ୍ସା ତାଙ୍କ କାର୍ଯ୍ୟକାଳରେ ଓଡ଼ିଆ ପଢ଼ାଯିବା ଲାଗି ଗୁରୁତ୍ୱ ଦେଇଥିଲେ। ରେଭେନ୍ସାଙ୍କ ଉଦ୍ୟମକୁ ଫକୀର ମୋହନ ଓ ଗୌରୀଶଙ୍କର ପ୍ରଶଂସା କରିଥିଲେ। ସେ ଚାହିଁ ନଥିଲେ ତାଙ୍କ ନାଁରେ ରେଭେନ୍ସା କଲେଜ୍ ହେଉ। ନାଁ ପରିବର୍ତ୍ତନକୁ ନେଇ ଆନ୍ଦୋଳନ ବଢୁଛି, ମୁଖ୍ୟମନ୍ତ୍ରୀ ବିବୃତି ରଖନ୍ତୁ ବୋଲି ବିଧାୟକ ବ୍ୟୋମକେଶ ରାୟ ଦାବି କରିଛନ୍ତି।

Leave A Reply

Your email address will not be published.