ମହିଳାଙ୍କ ସୁରକ୍ଷା ପାଇଁ ଚିନ୍ତା, ୫ ବର୍ଷରେ ୫୭୨ ଦୁଷ୍କର୍ମର ଶିକାର
ଓଏଲ୍ ବ୍ୟୁରୋ: ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆଜି ପନ୍ଦର ଦିନରେ ପହଂଚିଛି। ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ଚାଲିଥିଲା। ବିଧାୟକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଥିଲେ ବିଭାଗୀୟ ମନ୍ତ୍ରୀ। ଏସବୁ ଭିତରେ ଗୃହରେ ଜୟପୁର ବିଧାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ ଉତ୍ତର ରଖିଛନ୍ତି। ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୫ ବର୍ଷରେ ୫୭୨ ଆଦିବାସୀ ଛାତ୍ରୀ ଓ ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ୫୭୨ ମାମଲାରୁ ୩୨ଟିର ଫଇସଲା ହୋଇଛି। ୫୦୯ ମାମଲାରେ ଚାର୍ଜସିଟ୍ ଦାଖଲ ହୋଇଛି। ୩୧ଟି ମାମଲା ବିଚାରାଧୀନ ଥିବା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି।