Odisha Link
Bridging the Missing Links in Odisha

ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ, ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଜାରି

ଓଏଲ୍‌ ବ୍ୟୁରୋ: ବିଜେପି କାର୍ଯ୍ୟାଳୟରେ ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ବିଜେପି ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇଥିବାବେଳେ ଦୁଇ ଉପମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି। ବିଜେପିର ସମସ୍ତ ମନ୍ତ୍ରୀ ଓ ବିଧାୟକ ଏହି ବୈଠକରେ ଯୋଗ ଦେଇଛନ୍ତି।

ସୂଚନା ଅନୁସାରେ, ଆସନ୍ତା ୧୭ରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କା ଗସ୍ତ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହୋଇଛି। ତେବେ ଏହି ବୈଠକରେ ସୁଭଦ୍ରା ଯୋଜନା ସହ ସଦସ୍ୟତା ଅଭିଯାନ ନେଇ ଆଲୋଚନା ହେବାର ଦଳୀୟ ନେତା କହିଛନ୍ତି।

Leave A Reply

Your email address will not be published.