Odisha Link
Bridging the Missing Links in Odisha

ଅଗ୍ନିବୀରଙ୍କ ପାଇଁ ଖୁସି ଖବର: ୧୦% ସଂରକ୍ଷଣକୁ ମିଳିଲା ମଞ୍ଜୁରୀ

ଓଏଲ୍‌ ବ୍ୟୁରୋ: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଧ୍ୟକ୍ଷତା କରିଥିବାବେଳେ ୩ଟି ପ୍ରସ୍ତାବରେ ମୋହର ବାଜିଛି। ଯେଉଁଥିରେ ଅଗ୍ନିବୀରଙ୍କ ପାଇଁ ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ୧ ବର୍ଷ ଟ୍ରେନିଂ ଓ ୪ ବର୍ଷ ଚାକିରି ପରେ ବି ମିଳିବ ନିଯୁକ୍ତି। ପୁଲିସ, ଅଗ୍ନିଶମ ଓ ବନବିଭାଗରେ ୧୦% ସଂରକ୍ଷଣ ମିଳିବ। ପୂର୍ବରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଅଗ୍ନିବୀରମାନଙ୍କୁ ପୁଲିସ, ଅଗ୍ନିଶମ ବାହିନୀ, ବନକର୍ମଚରୀ ଏବଂ ଓଡ୍ରାଫ ଆଦି ସଂସ୍ଥାରେ ୧୦ ପ୍ରତିଶତ ନିଯୁକ୍ତି ସଂରକ୍ଷଣ ରହିବ।

Leave A Reply

Your email address will not be published.