Odisha Link
Bridging the Missing Links in Odisha

କାଲିଠୁ ବଢ଼ିବ ବର୍ଷାର ପରିମାଣ, ୩ ଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଓଏଲ୍‌ ବ୍ୟୁରୋ: ସେପ୍ଟେମ୍ବର ମାସ ଆରମ୍ଭ ହେଲାଣି ହେଲେ ଥମୁନି ବର୍ଷା। ଗୋଟାଏ ପରେ ଗୋଟାଏ ଲଘୁଚାପ ଆସିବାରେ ଲାଗିଛି। ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ଅବପାତରେ ପରିଣତ ହୋଇପାରେ। ଆଗାମୀ ୪୮ ଘଣ୍ଟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତ ହୋଇପାରେ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଏହା ପ୍ରଭାବରେ ଆଜିଠାରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ସତର୍କ କରାଯାଇଥିବାବେଳେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢ଼ିବ। ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.