Odisha Link
Bridging the Missing Links in Odisha

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ସେପ୍ଟେମ୍ବର ମାସ ଆରମ୍ଭ ହେଲାଣି ହେଲେ ଥମୁନି ବର୍ଷା। ଗୋଟାଏ ପରେ ଗୋଟାଏ ଲଘୁଚାପ ଆସିବାରେ ଲାଗିଛି। ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ଅବପାତରେ ପରିଣତ ହୋଇପାରେ। ଆଗାମୀ ୪୮ ଘଣ୍ଟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତ ହୋଇପାରେ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି ହୋଇଛି। ଆଜି କଳାହାଣ୍ଡିକୁ ଅରେଞ୍ଜ ଏବଂ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ସତର୍କ କରାଯାଇଛି ।

Leave A Reply

Your email address will not be published.