Odisha Link
Bridging the Missing Links in Odisha

ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି, ୩ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଭାଦ୍ରବ ଶୁକ୍ଳ ଦ୍ବାଦାଶୀ ତିଥି ଅର୍ଥାତ୍‌ ବାମନ ଜନ୍ମ। ଏହି ଅବସରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେଉଛି। ଏଣୁ ମଧ୍ୟାହ୍ନଧୂପ ଚ୍ଛେକ ଆସିବା ପରେ ପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ୩ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ଆଜିର ଦିନରେ ଅଦିତିଙ୍କ ଠାରୁ ବାମନ ଜନ୍ମ ହୋଇଥିବାରୁ ଏହାର ସ୍ମୃତିକୁ ନେଇ ଏହି ଜନ୍ମ ନୀତି ଦ୍ୱିପ୍ରହର ଧୂପ ପରେ ପାଳିତ ହୋଇଥାଏ।ଏହି ଅବସରରେ ଦକ୍ଷିଣ ଘରୁ ମଦନମୋହନ ରତ୍ନ ସିଂହାସନକୁ ବିଜେ କରିବା ପରେ ରତ୍ନ ଭଣ୍ତାର ନିକଟକୁ ଆସିଥାନ୍ତି। ଜୟ ବିଜୟ ଦ୍ୱାର ବନ୍ଦ କରାଯାଇ ପୂଜପଣ୍ତା ସାମନ୍ତ ବାମନଙ୍କ ସୁବର୍ଣ୍ଣ ପ୍ରତିମାରେ ଏହି ଜନ୍ମ ନୀତି ପାଳନ କରିଥାନ୍ତି। ଏହାଛଡ଼ା ଆଜି ମଧ୍ୟ ଗରୁଡ ପାର୍ଶ୍ଵ ପରିବର୍ତ୍ତନ ଏକାଦଶୀ ପରମ୍ପରା ଶ୍ରୀମନ୍ଦିରରେ ପାଳିତ ହେଉଛି।

ସେପଟେ ଆଜି ଗଜପତିଙ୍କ ଶ୍ରୀନହରରେ ସୁନିଆଁ ପର୍ବ ଅନୁଷ୍ଠିତ ହେବ। ଗଜପତି ମହାରାଜ ସିଂହାସନ ଆରୋହଣ କରିବା ପରେ ନୂତନ ଅଙ୍କ ବର୍ଷର ଘୋଷଣା କରିଥାନ୍ତି। ରାଜଗୁରୁ ଓ ଶାସନ ବ୍ରାହ୍ମଣ ମାନେ ଗଜପତିଙ୍କୁ ଆର୍ଶୀବାଦ ପ୍ରଦାନ କରିବା ସହ ଭେଟି ମଧ୍ୟ ପ୍ରଦାନ କରିବେ।

Leave A Reply

Your email address will not be published.