Odisha Link
Bridging the Missing Links in Odisha

ସୁଭଦ୍ରା ଯୋଜନା: ୭୪ ଲକ୍ଷରେ ପହଞ୍ଚିଲାଣି ଆବେଦନକାରୀଙ୍କ ସଂଖ୍ୟା

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ଶୁଭାରମ୍ଭ ହେବ। ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଏହି ଯୋଜନାର ଶୁଭାରମ୍ଭ କରି ପ୍ରାୟ ୧୦ଲକ୍ଷ ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ଟଙ୍କା ପ୍ରଦାନ କରିବେ। ପ୍ରତ୍ୟେକ ଯୋଗ୍ୟ ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପାଇବେ।

ଏହାପୂର୍ବରୁ ପରୀକ୍ଷାମୂଳକ ଭାବେ ହିତାଧିକାରୀଙ୍କ ଆକାଉଣ୍ଟକୁ ରାଜ୍ୟ ସରକାର ୧ ଟଙ୍କା ଲେଖାଏଁ ପଠାଇଛନ୍ତି। ଏନେଇ ସେମାନଙ୍କ ମୋବାଇଲକୁ କନଫର୍ମେସନ ମେସେଜ ଯାଇଛି। ମେସେଜ୍‌ ପାଇ ନ ଥିବା ହିତାଧିକାରୀ ବି ସୁଭଦ୍ରା ସହାୟତା ଅର୍ଥ ପାଇ‌ବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ୭୪ ଲକ୍ଷରେ ପହଞ୍ଚିଲାଣି ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା। ସମସ୍ତ ଯୋଗ୍ୟ ହିତାଧୀକାରି ଏହି ଯୋଜନାର ଲାଭ ଉଠାଇବେ। ମୋହନ ସରକାର ୧୦୦ ଦିନ ଭିତରେ ପ୍ରତିଶ୍ରୁତି ପୂରଣ କରିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

Leave A Reply

Your email address will not be published.