Odisha Link
Bridging the Missing Links in Odisha

ମହିଳାଙ୍କ ମନରେ ଉତ୍ସାହ, ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜଧାନୀରେ ଉତ୍ସବର ମାହୋଲ। ୭୪ ବର୍ଷରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜର ୭୪ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ଜନ୍ମଦିନ ଅବସରରେ ଭୁବନେଶ୍ୱର ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି ଅବସରରେ ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ଜନତା ମୈଦାନରେ ଆୟୋଜିତ ବିଶାଳ ଜନସମାଗମରେ ଯୋଗ ଦେଇ ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ମହିଳାଙ୍କ ସୁବିଧା ପାଇଁ ଆରମ୍ଭ ହୋଇଥିବା ଏହି ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯାଇଛି।

Leave A Reply

Your email address will not be published.