Odisha Link
Bridging the Missing Links in Odisha

ଜମ୍ମୁ-କଶ୍ମୀର ନିର୍ବାଚନ: ୨୪ଟି ଆସନ ପାଇଁ ଚାଲିଛି ଭୋଟ୍ ଗ୍ରହଣ

ଓଏଲ୍‌ ବ୍ୟୁରୋ: ଆଜି ଜମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ। ଧାରା ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ଜମ୍ମୁ କଶ୍ମୀରରେ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ବିଭିନ୍ନ ବୁଥରେ ଭୋଟରଙ୍କ ଭିଡ଼ ଲାଗିଛି। ସକାଳ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ଗ୍ରହଣ ହୋଇଛି। ୩ଟି ପର୍ଯ୍ୟାୟରେ ଜାମ୍ମୁ ଓ କାଶ୍ମୀରରେ ନିର୍ବାଚନ ହେଉଛି। ପ୍ରଥମ ପର୍ଯ୍ୟାୟରେ ୭ ଜିଲ୍ଲାର ୨୪ ଆସନରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ପୁଲୱାମା, ସୋପିଆନ୍, ଅନନ୍ତନାଗ, କୁଲଗାଁଓରେ ନିର୍ବାଚନ ହେଉଛି। ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୨୩ ଲକ୍ଷ ଭୋଟର। ତେବେ ନିର୍ବାଚନ ପାଇଁ ୭ ଜିଲ୍ଲାରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଅଧିକ ସଂଖ୍ୟାରେ ମତଦାନ ପାଇଁ ଜମ୍ମୁ ଓ କାଶ୍ମୀରବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିବେଦନ କରିଛନ୍ତି।

Leave A Reply

Your email address will not be published.