Odisha Link
Bridging the Missing Links in Odisha

ଭୋଟ୍ ଦେଉଛି ଜମ୍ମୁ-କଶ୍ମୀର, ଅଧିକ ମତଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ଓଏଲ୍‌ ବ୍ୟୁରୋ: ଆଜି ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ। ଧାରା ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ଜମ୍ମୁ କଶ୍ମୀରରେ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ବିଭିନ୍ନ ବୁଥରେ ଭୋଟରଙ୍କ ଭିଡ଼ ଲାଗିଛି। ଅଧିକ ସଂଖ୍ୟାରେ ମତଦାନ ପାଇଁ ଜମ୍ମୁ ଓ କଶ୍ମୀରବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିବେଦନ କରିଛନ୍ତି।

ସୂଚନା ଅନୁସାରେ, ୩ଟି ପର୍ଯ୍ୟାୟରେ ଜମ୍ମୁ ଓ କଶ୍ମୀରରେ ନିର୍ବାଚନ ହେଉଛି। ପ୍ରଥମ ପର୍ଯ୍ୟାୟରେ ୭ ଜିଲ୍ଲାର ୨୪ ଆସନରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ପୁଲୱାମା, ସୋପିଆନ୍, ଅନନ୍ତନାଗ, କୁଲଗାଁଓରେ ନିର୍ବାଚନ ହେଉଛି। ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୩ ଲକ୍ଷ ଭୋଟର। ତେବେ ନିର୍ବାଚନ ପାଇଁ ୭ ଜିଲ୍ଲାରେ ସୁରକ୍ଷା କଡ଼ାକଡ଼ି କରାଯାଇଛି।

Leave A Reply

Your email address will not be published.