Odisha Link
Bridging the Missing Links in Odisha

ବଢ଼ିଲା ପୁଲିସ ଡିଜିଙ୍କ କାର୍ଯ୍ୟକାଳ, ୨ ବର୍ଷ ବଢ଼ାଇଲେ ରାଜ୍ୟ ସରକାର

ଓଏଲ୍‌ ବ୍ୟୁରୋ: ଓଡ଼ିଶା ପୁଲିସ ଡିଜି ଓ୍ବାଇ.ବି ଖୁରାନିଆଙ୍କ ବଢ଼ିଲା କାର୍ଯ୍ୟକାଳ। ୨ ବର୍ଷ ପାଇଁ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର। ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳକୁ ବଢ଼ାଇଛନ୍ତି ରାଜ୍ୟ ସରକାର। ସର୍ବନିମ୍ନ ୨ ବର୍ଷ କାର୍ଯ୍ୟ କରିବା ନେଇ ତାଙ୍କ କାର୍ଯ୍ୟକାଳ ବଢ଼ାଯାଇଛି। ଅଗଷ୍ଟ ୧୬ରେ ନୂଆ ଡିଜିପି ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା ଆଉ ସେହି ଦିନ ହିଁ ଦାୟିତ୍ୱ ଗ୍ରହଣ କରିଥିଲେ ୱାଇ ବି ଖୁରାନିଆ। ଗତବର୍ଷ ଡିସେମ୍ବର ୩୧ ତାରିଖରୁ କାର୍ଯ୍ୟକାରୀ ଡିଜିପି ଥିବା ଅରୁଣ ଷଡ଼ଙ୍ଗୀଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଥିଲେ ଖୁରାନିଆ।

ବରିଷ୍ଠ ଆଇପିଏସ୍‌ ଯୋଗେଶ ବାହାଦୂର ଖୁରାନିଆ ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ ଓ ରାଉରକେଲା ଏସ୍‌ପି ଭାବେ ମଧ୍ୟ କ୍ୟାରିୟର ପ୍ରାରମ୍ଭିକ କାଳରେ ଦାୟିତ୍ବ ନିର୍ବାହ କରିଛନ୍ତି। ଏଥିସହିତ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଛନ୍ତି।

ଅଗଷ୍ଟ ୨ ତାରିଖରେ କ୍ୟାବିନେଟ୍ କମିଟି ଶ୍ରୀ ଖୁରାନିଆଙ୍କ ଡେପୁଟେସନ ଅବଧିକୁ ଆଗୁଆ ସମାପ୍ତ କରି ଓଡ଼ିଶା କ୍ୟାଡ଼ରକୁ ଫେରାଇ ଆଣିଥିଲା। କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଜୁଲାଇ ୨୬ ତାରିଖର ପ୍ରସ୍ତାବ ଆଧାରରେ ବିଏସଏଫ ସ୍ପେଶାଲ ଡିଜି ୧୯୯୦ ବ୍ୟାଚ୍ ଆଇପିଏସ୍ ଶ୍ରୀ ଖୁରାନିଆଙ୍କୁ ତତ୍କାଳ ପ୍ରଭାବରୁ ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେବା ପାଇଁ କେନ୍ଦ୍ର ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଅନୁମୋଦନ କରିଥିଲା।

Leave A Reply

Your email address will not be published.