Odisha Link
Bridging the Missing Links in Odisha

ମେଜରଙ୍କୁ ଦୁର୍ବ୍ୟବହାର ପ୍ରସଙ୍ଗ: ରୋଡ୍‌ ରୋମିଓଙ୍କୁ ଚିହ୍ନଟ ପାଇଁ ଡିଜିପିଙ୍କ ନିର୍ଦ୍ଦେଶ

ଓଏଲ୍‌ ବ୍ୟୁରୋ: ରାସ୍ତାରେ ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାକୁ ନେଇ ଚର୍ଚ୍ଚା ବଢୁଥିବାବେଳେ ଡିଜିପି କଡା ନିର୍ଦେଶ ଦେଇଛନ୍ତି। ରାସ୍ତାରେ ଦୁର୍ବ୍ୟବହାର କରିଥିବା ରୋଡ୍‌ ରୋମିଓଙ୍କୁ ତୁରନ୍ତ ଚିନ୍ହଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମେଜରଙ୍କ ଏତଲା ଆଧାରରେ ମାମଲା ରୁଜୁ କରାଯାଇ ତଦନ୍ତ ହେବ। ମୂଳ ଘଟଣାର ତଦନ୍ତ କରାଯିବା ନେଇ ମାମଲା ରୁଜୁ ସହ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ୱାଇ.ବି. ଖୁରାନିଆ।

ସୂଚନାଯୋଗ୍ୟ, ଆର୍ମି ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ମାମଲାରେ ୫ ପୁଲିସ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ଗତ ଶନିବାର ବିଳମ୍ବିତ ରାତିରେ ଗୁରୁବଂଶ ପଟିଆରୁ ବାନ୍ଧବୀଙ୍କ ସହ କାରରେ ଯାଉଥିଲେ। ମଝି ରାସ୍ତାରେ ୨ଟି କାରରେ କିଛି ରୋଡ୍‌ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେ ଭରତପୁର ଥାନାକୁ ଯାଇଥିଲେ।

ପିସିଆର ପଠାଇ ରୋଡ୍‌ ରୋମିଓଙ୍କୁ ଧରିବା ପାଇଁ ନିବେଦନ କରିଥିଲେ ଗୁରୁବଂଶ ଓ ତାଙ୍କ ବାନ୍ଧବୀ। କିନ୍ତୁ ପୁଲିସ୍ ରୋଡ୍‌ ରୋମିଓଙ୍କୁ ଧରିବ କ’ଣ ପ୍ରଥମେ ଲିଖିତ ଏତଲା ଦାବି କରିଥିଲା। ଏହାକୁ ନେଇ ପୁଲିସ ଓ ସେନା ଅଧିକାରୀଙ୍କ ମଧ୍ୟରେ ଯୁକ୍ତିତର୍କ ଲାଗିଥିଲା। ତାହାରି ଭିତରେ ଗୁରୁବଂଶଙ୍କୁ ରାତିତମାମ୍‌ ଲକ୍‌ଅପ୍‌ରେ ରଖିଥିଲା ପୁଲିସ୍‌। ତାଙ୍କ ବାନ୍ଧବୀଙ୍କୁ ଉପସ୍ଥିତ ପୁଲିସ କର୍ମଚାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବା ଗୁରୁବଂଶ ଅଭିଯୋଗ କରିଥିଲେ।

ଏହି ଘଟଣାରେ ବର୍ତ୍ତମାନ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି। ଏଭଳି ସ୍ଥିତିରେ ତଦନ୍ତର ସ୍ବଚ୍ଛତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାତିରେ ଭରତପୁର ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କୁ ଭୁବନେଶ୍ୱର ଡିସିପି ଅଫିସକୁ ବଦଳି କରିଥିଲା। ତାଙ୍କ ସ୍ଥାନରେ କମିଶନରେଟ୍‌ ପୁଲିସ ମୁଖ୍ୟାଳୟରେ ଥିବା ଇନ୍‌ସ୍ପେକ୍ଟର ଦୀପକ କୁମାର ଖଣ୍ଡାୟତରାୟଙ୍କୁ ଭରତପୁର ଥାନା ଆଇଆଇସି ଭାବେ ଅବସ୍ଥାପିତ କରାଯାଇଛି।

Leave A Reply

Your email address will not be published.