Odisha Link
Bridging the Missing Links in Odisha

ସ୍ୱାସ୍ଥ୍ୟ କ୍ଷେତ୍ରରେ ସୁଦୃଢ଼ତା, ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ସ୍ବାସ୍ଥ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏସବୁ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ। ତାଳଚେର ଓ କନ୍ଧମାଳରେ ପାଇପଲାଇନରେ ମେଡିକାଲ କଲେଜ ଅଛି। ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ବ୍ୟବସ୍ଥା କରାଯାଉଛି। ମେଡିକାଲ କଲେଜରେ ଅଧ୍ୟାପକଙ୍କ ସଂଖ୍ୟା କମ୍ ରହିଛି। ଏଣିକି ଅବସରପ୍ରାପ୍ତ ଅଧ୍ୟାପକ ପଢାଇବେ ପାଠ। ଦେଶ ବାହାରେ ବିଭିନ୍ନ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ପାଠ ପଢାଇବେ। ଅନଲାଇନରେ ଅଧ୍ୟାପକ ପାଠ ପଢାଇବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

Leave A Reply

Your email address will not be published.