Odisha Link
Bridging the Missing Links in Odisha

ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା, ଜାଣନ୍ତୁ କ’ଣ ମିଳିବ ସୁବିଧା..

ଓଏଲ୍‌ ବ୍ୟୁରୋ: ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ ଆସିଛି ବିଜେପି ସରକାର। ରାଜ୍ୟରେ ମୋହନ ଚରଣ ମାଝୀଙ୍କ ନେତୃତ୍ବାଧୀନ ବିଜେପି ସରକାର ୧୦୦ ଦିନ ପୂରଣ କରିଛି। ବିଜେପି ସରକାରର ୧୦୦ ଦିନ ପୂର୍ତ୍ତି ନେଇ ପୁରୀରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡାଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟ, ସଂସାଦ ଓ ବିଧାୟକ ଗଣ ଉପସ୍ଥିତ ରହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପ୍ରଗତିର ନୂତନ ସୂର୍ଯ୍ୟ ଉଦୟ ଲକ୍ଷ ନେଇ ଆଗାମୀ ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶାର ଅଭ୍ୟୁଦୟ ନେଇ ଆଜି ଏହି ବୈଠକ କରାଯାଇଛି।ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ ହେବ। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ବି ଲାଗୁ ହେବ। ରାଜ୍ୟ ଭିତରେ ଓ ବାହାରେ ସୁବିଧା ଉପଲବ୍ଧ ହେବ। ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଉପଲବ୍ଧ ହେବ। ପ୍ରତି ଜିଲ୍ଲାରେ ମେଡିକାଲ କଲେଜ ହେବ। ଛାତ୍ରଛାତ୍ରୀଙ୍କୁ ୫ ହଜାର ଟଙ୍କା ସହାୟତା ରାଶି ଦିଆଯିବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

Leave A Reply

Your email address will not be published.