Odisha Link
Bridging the Missing Links in Odisha

ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା: ଧରାପଡିଲେ ୭ ରୋଡ ରୋମିଓ

ଓଏଲ୍‌ ବ୍ୟୁରୋ: ଭରତପୁର ଥାନାରେ ସେନାର ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ କରାଯାଇଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏସବୁ ମଧ୍ୟରେ ଆସିଛି ବଡ଼ ଖବର।

ଏବେ ମିଳିଥିବା ଖବର ଅନୁଯାୟୀ ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀକୁ ଦୁର୍ବ୍ୟବହାର ଘଟଣାରେ ଶୁକ୍ରବାର ୭ ଜଣ ରୋଡ୍‌ ରୋମିଓ କମିଶନରେଟ୍‌ ପୁଲିସ ହାତରେ ଧରାପଡିଛନ୍ତି। ସିସିଟିଭି ଆଧାରରେ ୭ ଜଣଙ୍କୁ ଧରାଯାଇଥିବା ବେଳେ ସେମାନଙ୍କୁ ଚନ୍ଦକା ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି।ଚନ୍ଦକା ଥାନାରେ କ୍ରାଇମବ୍ରାଞ୍ଚ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ,ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ କରାଯାଇଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହା ଭିତରେ କମିସନରେଟ୍ ପୁଲିସ ମୂଳ ଘଟଣାକୁ ନେଇ ତଦନ୍ତ ଆରମ୍ଭ କରିଛି। ଡିଜିପି ଓ୍ବାଇ.ବି.ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଚନ୍ଦକା ଥାନା ପୁଲିସ ମୂଳ ଘଟଣାକୁ ନେଇ ମାମଲା ରୁଜୁ କରିଛି।

ସୂଚନାଥାଉକି,୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାର୍‌ରେ ଯାଉଥିଲେ। କିନ୍ତୁ ମଝି ରାସ୍ତାରେ ୨ଟି କାର୍‌ରେ କିଛି ରୋଡ୍‌ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେମାନେ ଭରତପୁର ଥାନାକୁ ଯାଇଥିଲେ। ସେଠାରେ ପୁଲିସ ଓ ସେନା ଅଧିକାରୀଙ୍କ ମଧ୍ୟରେ ଯୁକ୍ତିତର୍କ ଲାଗିଥିବା ବେଳେ ଗୁରୁବଂଶଙ୍କୁ ରାତିତମାମ୍‌ ଲକ୍‌ଅପ୍‌ରେ ରଖିଥିଲା ପୁଲିସ। ତାଙ୍କ ବାନ୍ଧବୀଙ୍କୁ ଉପସ୍ଥିତ ପୁଲିସ କର୍ମଚାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବା ଗୁରୁବଂଶ ଅଭିଯୋଗ କରିଥିଲେ।

Leave A Reply

Your email address will not be published.