ଭରତପୁର ଥାନା କାଣ୍ଡ: ତଦନ୍ତ ଦାବି କଲେ ନବୀନ, କଟାକ୍ଷ କଲେ ସୁରେଶ ପୂଜାରୀ
![](https://www.odishalink.com/wp-content/uploads/2024/09/Add-a-subheading-10-750x430.jpg)
ଓଏଲ୍ ବ୍ୟୁରୋ: ଓଡ଼ିଶା ରାଜନୀତିରେ ଭରତପୁର ଥାନାରେ ସେନାର ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣା। ଭରତପୁଣ ଥାକା କାଣ୍ଡ ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରତିକ୍ରିୟା ରଖିବା ପରେ ରାଜ୍ୟ ରାଜନୀତି ସରଗରମ।
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିର୍ଯାତନା ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିବା ସହ ଏହାକୁ ନିନ୍ଦନୀୟ ବୋଲି ସେ କହିଛନ୍ତି। ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି ନବୀନ ପଟ୍ଟନାୟକ। ସେ ଆହୁରି କହିଛନ୍ତି, ମୋ ମୁଖ୍ୟମନ୍ତ୍ରୀତ୍ବ କାଳରେ ମନ୍ତ୍ରୀମାନେ ଥାନା କଥା ପଚାରି ବୁଝୁଥିଲେ। ନବୀନଙ୍କ ପ୍ରତିକ୍ରିୟାର ପାଲଟା ଜବାବ ରଖିଛନ୍ତି ବେଜେପିର ବରିଷ୍ଠ ନେତା ତଥା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ନବୀନ ବାବୁ ଚାହିଁଥିଲେ, ମହିଳାଙ୍କ ଉପରେ ନିର୍ଯାତନା ବନ୍ଦ କରିପାରିଥାନ୍ତେ। ସେ କେବଳ ଆଦର୍ଶ ଥାନା ପ୍ରତିଷ୍ଠା କରିଥିଲେ, ହେଲେ ଆମେ ଆଦର୍ଶ ପୁଲିସ ତିଆରି କରିବୁ।
ସୂଚନାଯୋଗ୍ୟ,ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ କରାଯାଇଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହା ଭିତରେ କମିସନରେଟ୍ ପୁଲିସ ମୂଳ ଘଟଣାକୁ ନେଇ ତଦନ୍ତ ଆରମ୍ଭ କରିଛି। ଡିଜିପି ଓ୍ବାଇ.ବି.ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଚନ୍ଦକା ଥାନା ପୁଲିସ ମୂଳ ଘଟଣାକୁ ନେଇ ମାମଲା ରୁଜୁ କରିଛି।
ସୂଚନାଥାଉକି,୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାର୍ରେ ଯାଉଥିଲେ। କିନ୍ତୁ ମଝି ରାସ୍ତାରେ ୨ଟି କାର୍ରେ କିଛି ରୋଡ୍ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେମାନେ ଭରତପୁର ଥାନାକୁ ଯାଇଥିଲେ। ସେଠାରେ ପୁଲିସ ଓ ସେନା ଅଧିକାରୀଙ୍କ ମଧ୍ୟରେ ଯୁକ୍ତିତର୍କ ଲାଗିଥିବା ବେଳେ ଗୁରୁବଂଶଙ୍କୁ ରାତିତମାମ୍ ଲକ୍ଅପ୍ରେ ରଖିଥିଲା ପୁଲିସ। ତାଙ୍କ ବାନ୍ଧବୀଙ୍କୁ ଉପସ୍ଥିତ ପୁଲିସ କର୍ମଚାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବା ଗୁରୁବଂଶ ଅଭିଯୋଗ କରିଥିଲେ।