Odisha Link
Bridging the Missing Links in Odisha

ଭରତପୁର କାଣ୍ଡ: ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ପୁଲିସ ଡିଜି, କ୍ରାଇମବ୍ରାଞ୍ଚ ଏଡିଜି

ଓଏଲ୍‌ ବ୍ୟୁରୋ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ଦେବା ଘଟଣା ପୂରା ଦେଶରେ ହଇଚଇ ସୃଷ୍ଟି କରିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ମଧ୍ୟରେ ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଭେଟିଛନ୍ତି ପୁଲିସ ଡିଜି ୱାଇ.ବି ଖୁରାନିଆ। ଡିଜିପିଙ୍କ ସହ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ମାମଲାର ଅଗ୍ରଗତି ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଜଣାଇଛନ୍ତି।

ଭରତପୁର ମାମଲା ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ କମିଶନଙ୍କୁ ଅନୁରୋଧ କରାଯାଇଥିବା ଜଣାପଡିଛି। ଏହା ପରେ ଆଜି ପୂର୍ବାହ୍ନରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ମେଜର ଓ ତାଙ୍କ ବାନ୍ଧବୀ ଭେଟିଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। କିଛି ସେନା ଅଧିକାରୀ ମଧ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଭେଟି ମାମଲା ସମ୍ପର୍କରେ ଆଲୋଚନା କରିଥିବା ସୂଚନା ମିଳିଛି।

Leave A Reply

Your email address will not be published.