Odisha Link
Bridging the Missing Links in Odisha

ଭରତପୁର ଥାନା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଆନ୍ଦୋଳନ ପ୍ରତ୍ୟାହାର କଲା ବିଜେଡି

ଓଏଲ୍‌ ବ୍ୟୁରୋ: ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ଦେବା ଘଟଣା ପୂରା ଦେଶରେ ହଇଚଇ ସୃଷ୍ଟି କରିଛି। ଭରତପୁର ଥାନା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପରେ ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ ଡାକରାକୁ ବିଜେଡି ବାତିଲ କରିଛି। ମୁଖ୍ୟମନ୍ତ୍ରୀଙ୍କ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ପରେ ବିଜେଡି ଆନ୍ଦୋଳନ ପ୍ରତ୍ୟାହାର କରିଥିବା ଦେବୀ ମିଶ୍ର ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, ଆସନ୍ତା ୨୪ରେ ଭୁବନେଶ୍ବର ବନ୍ଦ ଡାକରା ଦେଇଥିଲା ବିଜେଡି। ୬ ଘଣ୍ଟା ଧରି ଚକଅଖ ବନ୍ଦ କରିବାକୁ ଡାକରା ଦେଇଥିଲା। ଘଟଣାକୁ ଚପାଇବାକୁ ରାଜ୍ୟ ସରକାରଙ୍କ ଅପଚେଷ୍ଟା କରୁଥିବା କହି ବନ୍ଦ ଡାକରା ଦେଇଥିଲା ବିଜେଡି। ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ସକାଳ ୬ଟାରୁ ଦିନ ଗୋଟାଏ ଯାଏଁ ବନ୍ଦ ପାଳନ ଡାକରା ଦେଇଥିଲା। ଏହି ଘଟଣାରେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲାଗି ରାଜଭବନ ଘେରାଉ କରିଥିଲା ମହିଳା ବିଜେଡି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବିଜେଡି ଆନ୍ଦୋଳନ ପ୍ରତ୍ୟାହାର କରିଛି।

ଅନ୍ୟପଟେ, ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ଦେବା ଘଟଣା ପୂରା ଦେଶରେ ହଇଚଇ ସୃଷ୍ଟି କରିଛି। ଭରତପୁର ଥାନା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ରବିବାର କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଉପୋରକ୍ତ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ କମିଶନଙ୍କୁ ଅନୁରୋଧ କରାଯାଇଥିବା ଜଣାପଡିଛି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗୃହ ବିଭାଗ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ କରିଛି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁବତୀ, ମେଜର, ପୋଲିସଙ୍କୁ ଦୁର୍ବ୍ୟବହାର ଓ ମାଡ଼ ଅଭିଯୋଗର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଭରତପୁର ଥାନା, କ୍ରାଇମବ୍ରାଞ୍ଚ ଓ ଚନ୍ଦକା ଥାନା ମାମଲାର ତଦନ୍ତ ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ଅଭିଯୋଗକୁ ବିଚାରକୁ ନେଇ ତଦନ୍ତ କରିବାକୁ ସୁପାରିସ୍‌ ଦିଆଯାଇଛି। ଏହାସହିତ ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।

Leave A Reply

Your email address will not be published.