ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଓଏଲ୍ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ଯୋଗୁଁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିପାଇଁ ୨୪ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ।
ଆସନ୍ତାକାଲି ନୂଆପଡା, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ସମ୍ବଲପୁର, ଝାରସୁଗୁଡା, ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।