Odisha Link
Bridging the Missing Links in Odisha

କୋଣାର୍କ ପରିସରରେ ଲହଡ଼ି ମାରୁଛି ପାଣି, ପର୍ଯ୍ୟଟକ ହନ୍ତସନ୍ତ

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ ଘରୁ ବାହାରିବା ଏବଂ ଯାତାୟତରେ ଅସୁବିଧା ପରିଲକ୍ଷିତ ହୋଇଛି। ପ୍ରବଳ ବର୍ଷା କାରଣରୁ କୋଣାର୍କ ସୂର୍ଯ୍ୟ ମନ୍ଦିରର ଉତ୍ତର ପାର୍ଶ୍ୱରେ ଜମିଲା ୧ ଫୁଟ୍‌ର ପାଣି। ଲଗାଣ ବର୍ଷା ପରେ ପାଣି ଜମିଥିବାରୁ ପର୍ଯ୍ୟଟକ ହନ୍ତସନ୍ତ ହୋଇଛନ୍ତି। ପମ୍ପସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ ଜାରି ରହିଛି।

ଅନ୍ୟପଟେ, ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଧ୍ୟମଧରଣର ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ। ସେହିପରି କଟକ ଓ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.