ସିଆଚିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସହିଦଙ୍କୁ ଜଣାଇଲେ ଶ୍ରଦ୍ଧାଞ୍ଜଳି

ଓଏଲ୍ ବ୍ୟୁରୋ: ଆଜି ଲଦାଖ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଲଦାଖ ଗସ୍ତରେ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସିଆଚିନ୍ ବେସ୍ କ୍ୟାମ୍ପରେ ପହଞ୍ଚିଥିଲେ। ବିଶ୍ୱର ସର୍ବୋଚ୍ଚ ଯୁଦ୍ଧକ୍ଷେତ୍ର ସିଆଚିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୁଦ୍ଧ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୈନିକଙ୍କ ବଳିଦାନର ପ୍ରତୀକ ସାଜିଥିବା ଯୁଦ୍ଧକ୍ଷେତ୍ର ସିଆଚିନରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହା ସହ ସିଆଚିନ୍ ବେସ୍ କ୍ୟାମ୍ପରେ କାର୍ଯ୍ୟରତ ସୈନିକଙ୍କୁ ଭେଟିଛନ୍ତି।