Odisha Link
Bridging the Missing Links in Odisha

ରାଜ୍ୟରେ ପ୍ରବଳ ବର୍ଷା, ଶ୍ରୀକ୍ଷେତ୍ରରେ ସ୍କୁଲ ଛୁଟି ଘୋଷଣା

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ ଘରୁ ବାହାରିବା ଏବଂ ଯାତାୟତରେ ଅସୁବିଧା ପରିଲକ୍ଷିତ ହୋଇଛି। ଏନେଇ ସ୍କୁଲ ଛୁଟି ଘୋଷଣା ହୋଇଛି। ଦିନକ ପାଇଁ ପୁରୀ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏନେଇ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଧ୍ୟମଧରଣର ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ। ସେହିପରି କଟକ ଓ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.