ନର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଜରୁରୀକାଳୀନ ସେବା ବାଧାପ୍ରାପ୍ତ
ଓଏଲ୍ ବ୍ୟୁରୋ: ନର୍ସିଂ କର୍ମଚାରୀ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ଦୁଇ ଦିନର ଧାରଣା ପରେ ଆଜି କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ଯାହା ଦ୍ୱାରା ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ସରକାରଙ୍କ ସହ ଆଲୋଚନା ପରେ ମଧ୍ୟ ଆନ୍ଦୋଳନ ଜାରି ରଖିଛନ୍ତି ନର୍ସିଂ କର୍ମଚାରୀ ସଂଘ।
ଅନ୍ୟପଟେ, ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନ ଜାରି ରହିଥିବା ବେଳେ ସରକାର ଏନେଇ ଗତକାଲି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କ ଦାବି ଉପରେ ଗତକାଲି ଆଲୋଚନା କରାଯାଇଛି। ସରକାର ପରିସ୍ଥିତିର ଅନୁଧ୍ୟାନ କରି ସଂଘ ଦ୍ୱାରା ଉଠାଯାଇଥିବା ବିଭିନ୍ନ ଦାବି ଉପରେ ବିଚାରବିମର୍ଶ କରିବା ପାଇଁ ଏକ ଅନ୍ତଃବିଭାଗୀୟ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟସେବାର ଆବଶ୍ୟକତାକୁ ହୃଦୟଙ୍ଗମ କରି ଆନ୍ଦୋଳନକାରୀ ନର୍ସିଂ ଅଫିସରମାନେ ଆନ୍ଦୋଳନ ପଥରୁ ଓହରି ତୁରନ୍ତ କାର୍ଯ୍ୟରେ ଯୋଗ ଦିଅନ୍ତୁ ବୋଲି ସରକାର ଅନୁରୋଧ କରିଛନ୍ତି। ସରକାରଙ୍କ ଅନୁରୋଧ ସତ୍ତ୍ୱେ ନର୍ସିଂ କର୍ମଚାରୀ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି।