Odisha Link
Bridging the Missing Links in Odisha

ଭଦ୍ରକ: ୨ ଦିନ ପାଇଁ ଇଣ୍ଟରନେଟ୍ ସେବା ବନ୍ଦ, ୧୬୩ ଧାରା ଲାଗୁ

ଓଏଲ୍‌ ବ୍ୟୁରୋ: ସୋସିଆଲ ମିଡିଆ ପୋଷ୍ଟରୁ ତୁମୁଳକାଣ୍ଡ। ଭଦ୍ରକ ଜିଲ୍ଲାରେ ୨ ଦିନ ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଦେଖା ଦେଇଥିବା ଉତ୍ତେଜନା ପରେ ଏଭଳି ଚରମ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।

ଭଦ୍ରକର ପୁରୁଣାବଜାର ଅଞ୍ଚଳରେ ୧୬୩ ଧାରା ଲାଗୁ କରାଯିବା ସହ ୧୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ସହରରେ କିଭଳି ଶାନ୍ତି ଫେରିବ ସେ ନେଇ ପୁଲିସ ଏବଂ ପ୍ରଶାସନ ଉଦ୍ୟମ ଜାରି ରଖିଛନ୍ତି। ପୁଲିସ ଫ୍ଲାଗମାର୍ଚ୍ଚ ସହ ଭେଇକିଲ ପେଟ୍ରୋଲିଂକୁ ବଢ଼ାଇଛି।

ସୋସିଆଲ ମିଡିଆରେ ଏକ ବିବାଦୀୟ ଫଟୋ ପୋଷ୍ଟକୁ ନେଇ ଗତକାଲି ଭଦ୍ରକରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଯୁକ୍ତକୁ ଗିରଫ ଦାବିରେ ୫୦ରୁ ଅଧିକ ଲୋକ ଶୋଭାଯାତ୍ରା କରିଥିବା ବେଳେ ପୁଲିସ ସେମାନଙ୍କୁ ଅଟକାଇଥିଲା। ଶୋଭାଯାତ୍ରା ନକରିବା ପାଇଁ ପୁଲିସ ପକ୍ଷରୁ କୁହାଯାଇଥିଲା। ହେଲେ ସେମାନେ ରାଜି ହୋଇନଥିଲେ। ପୋଷ୍ଟ କରିଥିବା ବ୍ୟକ୍ତିଙ୍କୁ ଗିରଫ କରିବା ପାଇଁ ଅଡି ବସିଥିଲେ। ଏହାକୁ ପୁଲିସ ଓ ଆନ୍ଦୋଳକାରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏହା କ୍ରମେ ବଢ଼ିବାରେ ଲାଗିଥିଲା। ପରେ ପୁଲିସ ଉପରକୁ ପଥର ମାଡ଼ କରିଥିଲେ ଆନ୍ଦୋଳନକାରୀ। ଏଥିରେ ୩ ପୁଲିସ ଅଧିକାରୀ ଆହତ ହୋଇଥିଲେ।

ସୂଚନାଥାଉକି, ସହରରେ ଶାନ୍ତି ଫେରାଇ ଆଣିବା ପାଇଁ ଗତକାଲି ରାତିରେ ପୁରୁଣା ବଜାର ଥାନାରେ ପୁଲିସ ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ପୁଲିସ ଡିଆଇଜି, ଭଦ୍ରକ ଏସପି ଓ ଜିଲ୍ଲାପାଳ ଉପସ୍ଥିତ ଥିଲେ।

Leave A Reply

Your email address will not be published.