Odisha Link
Bridging the Missing Links in Odisha

ଶ୍ରେଷ୍ଠ ପର୍ଯ୍ୟଟନ ଗାଁ ପୁରସ୍କାର ପାଇଲା ମାଣିଆବନ୍ଧ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ପୁରସ୍କୃତ ହୋଇଛି ଓଡ଼ିଶାର ମାଣିଆବନ୍ଧ ଗାଁ। ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତାରେ ପୁରସ୍କୃତ ହୋଇଛି ମାଣିଆବନ୍ଧ। ନଶିଳ୍ପୀ କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କଟକ ଜିଲ୍ଲାର ମାଣିଆବନ୍ଧ ଗାଁକୁ ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ଭାବେ ପୁରସ୍କୃତ କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଣିଆବନ୍ଧ ଗ୍ରାମବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଏକ୍ସରେ ଲେଖିଛନ୍ତି ଯେ, ଓଡ଼ିଶାରେ ହସ୍ତଶିଳ୍ପ ମଧ୍ୟରେ ବୟନଶିଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରେ। କଟକ ଜିଲ୍ଲାର ମାଣିଆବନ୍ଧ ଶାଢ଼ି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି। ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଭାରତ ସରକାରଙ୍କ ପର୍ଯ୍ୟଟନ ବିଭାଗ ତରଫରୁ ହସ୍ତଶିଳ୍ପ ବର୍ଗରେ ମାଣିଆବନ୍ଧ ଗ୍ରାମ ‘ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ’ର ମାନ୍ୟତା ପାଇଥିବାରୁ ଗ୍ରାମବାସୀଙ୍କୁ ଶୁଭେଚ୍ଛା ଜଣାଉଛିI

Leave A Reply

Your email address will not be published.