ଆଇପିଏସ୍ ସ୍ତରରେ ବଡ଼ ଅଦଳବଦଳ, ସୁରେଶ ଦେବଦତ୍ତ ସିଂ ନୂଆ ପୁଲିସ କମିଶନର
ଓଏଲ୍ ବ୍ୟୁରୋ: ଦଶହରା ପୂର୍ବରୁ ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ପୁଲିସ ମୁଖିଆ ଭାବେ ଓ୍ବାଇ ବି ଖୁରାନିଆ ଦାୟିତ୍ବ ନେଲା ପରେ ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ବଦଳିଲେ କଟକ-ଭୁବନେଶ୍ବର ପୁଲିସ କମିଶନର ସଞ୍ଜୀବ ପଣ୍ଡା। ତାଙ୍କ ସ୍ଥାନ ନେଲେ ସୁରେଶ ଦେବଦତ୍ତ ସିଂ। ସଞ୍ଜୀବ ପଣ୍ଡା ହେଲେ ଏଡିଜି ଟ୍ରେନିଂ ଓ ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀର ନିର୍ଦ୍ଦେଶକ।
ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କର ମଧ୍ୟ ବଦଳି ହୋଇଛି। ତାଙ୍କୁ ADGP ଆଧୁନିକୀକରଣ ଦାୟିତ୍ୱ ଦିଆଯାଇଛି। ସ୍ଥାନରେ ଆର୍ପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ କରାଯାଇଛି। ସେହିପରି ଗୃହ ବିଭାଗ OSD ଏସ୍.ଏମ୍ ନରୱାଣେଙ୍କୁ ପ୍ରିଣ୍ଟିଂ, ଷ୍ଟେସନାରୀ ଓ ପବ୍ଲିକେସନ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା ବଦଳିଲେ। ତାଙ୍କୁ SCRB ଓ SFSL ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି।
ସେହିପରି ବଦଳିଲେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା। ଅରୁଣ ବୋଥ୍ରାଙ୍କୁ ଏଡିଜିପି ରେଳବାଇ ଓ ଉପକୂଳ ସୁରକ୍ଷା ଦାୟିତ୍ୱ ଦିଆଯାଇଛି। ଅରୁଣ ବୋଥ୍ରାଙ୍କ ସ୍ଥାନରେ ବିନୟ ତୋଷ ମିଶ୍ରଙ୍କୁ କରାଯାଇଛି କ୍ରାଇମବ୍ରାଞ୍ଚ ଏଡିଜି। ରାଧାକିଷନ୍ ଶର୍ମାଙ୍କୁ ଗୃହ ବିଭାଗ ସ୍ୱତନ୍ତ୍ର ସଚିବ ଦାୟିତ୍ୱ ଦିଆଯାଇଛି। କଟକ ସ୍ଥିତ ପୁଲିସ ମୁଖ୍ୟାଳୟର ADGP ଭାବେ ନୂଆ ଦାୟିତ୍ୱ ପାଇଛନ୍ତି ଦୟାଲ୍ ଗଙ୍ଗୱାର। ରାଜେଶ କୁମାରଙ୍କୁ ସ୍ପେଶିଆଲ୍ ଆର୍ମଡ ପୁଲିସ ADGP ଭାବେ ବଦଳି କରାଯାଇଛି।