ଭରତପୁର ଥାନା ଘଟଣା: ଆଜି ୫ ପୁଲିସ ଅଧିକାରୀଙ୍କର ପଲିଗ୍ରାଫ ଟେଷ୍ଟ
ଓଏଲ୍ ବ୍ୟୁରୋ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ଧରୁନି। ଏହି ଘଟଣାରେ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ। ଗୁଜରାଟ ଗାନ୍ଧିନଗରସ୍ଥିତ ଫୋରେନସିକ୍ ଲାବ୍ରୋଟୋରୀରେ ଆଜି ସେମାନଙ୍କର ସତ ସାମ୍ନାକୁ ଆସିବ। ଭୁବନେଶ୍ୱର ଏସଡିଜେଏମ୍ କୋର୍ଟଙ୍କ ଅନୁମତି ପରେ ସେମାନଙ୍କୁ ସାଙ୍ଗରେ ନେଇ ଯାଇଛି ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍। ଆଇଆଇସି ଦୀନକୃଷ୍ଣ ମିଶ୍ର ପଲିଗ୍ରାଫ, ବ୍ରେନ୍ ମ୍ୟାପିଂ ଓ ନାର୍କୋ ଟେଷ୍ଟର ସମ୍ମୁଖୀନ ହେବେ। ଦୀନକୃଷ୍ଣଙ୍କ ନାଁରେ ପୀଡ଼ିତାଜଣକ ସାଂଘାତିକ ଅଭିଯୋଗ ଆଣିଥିବାରୁ ତାଙ୍କର ପଲିଗ୍ରାଫ, ନାର୍କୋ ଆନାଲିସିସ, ବ୍ରେନ ମ୍ୟାପିଂ ହେବ। ଅବଶିଷ୍ଟ ୪ ପୁଲିସଙ୍କର କେବଳ ପଲିଗ୍ରାଫ ଟେଷ୍ଟ ହେବ।