ଶ୍ରୀମନ୍ଦିରରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗ: ପାଳିଆ ସେବକ ନିଲମ୍ବିତ
ଓଏଲ୍ ବ୍ୟୁରୋ: ଶ୍ରୀମନ୍ଦିର ରୋଷ ମଧ୍ୟରେ ମାଟି କୁଡୁଆରେ ରନ୍ଧନ ପରମ୍ପରା ଥିବା ବେଳେ କିଛି ସୁପକାର ଲୁହା କଡ଼େଇ ବ୍ୟବହାର କରୁଥିବା ଅଭିଯୋଗ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଛି। ଜଣେ ପାଳିଆ ସେବକ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ ହୋଇଛନ୍ତି। ତେବେ କାର୍ଯ୍ୟାନୁଷ୍ଠାନ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ମହାପ୍ରଭୁଙ୍କ ସେବାରେ ପରମ୍ପରା ବହିର୍ଭୂତ କାର୍ଯ୍ୟ ବରଦାସ୍ତ କରାଯିବନି।