Odisha Link
Bridging the Missing Links in Odisha

ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, ଯୋଗ ଦେଲେ ନବୀନ

ଓଏଲ୍‌ ବ୍ୟୁରୋ: ଆଜିଠୁ ଅର୍ଥାତ ଗାନ୍ଧୀ ଜୟନ୍ତୀରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ବିରୋଧୀ ଦଳରେ ଥାଇ ବିଜେଡି ପଦଯାତ୍ରା କରୁଛି। ବିଜେଡିର ଜନସମ୍ପର୍କ ପଦଯାତ୍ରା ସଭାରେ ନବୀନ ପଟ୍ଟନାୟକ ସାମିଲ ହୋଇଛନ୍ତି। ନେତାଜୀ ପଡ଼ିଆରେ ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେବେ। ଏଥର ଦୁଇଟି ପର୍ଯ୍ଯାୟରେ ୧୫ ଦିନ ଧରି ବିଜେଡି ପଦଯାତ୍ରା ହେଉଛି। ଆଜିଠୁ ୬ ତାରିଖ ପର୍ଯ୍ଯନ୍ତ ପ୍ରଥମ ଓ ଅକ୍ଟୋବର ୨୧ରୁ ୩୦ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ଯାୟ ପଦଯାତ୍ରା ହେବ।

ସବୁ ନିର୍ବାଚନ ମଣ୍ଡଳିର ବ୍ଲକ ଓ ପୌରାଞ୍ଚଳରେ ପଦଯାତ୍ରା କରାଯିବ। ଓଡ଼ିଶାର ସ୍ବାର୍ଥ ପାଇଁ ପଦଯାତ୍ରାରେ ରଣହୁଙ୍କାର ଦେବ ଦଳ। ରାଜ୍ଯରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ଦରଦାମ ବୃଦ୍ଧି, ନାରୀ ନିର୍ଯାତନା ସମେତ ସୁଭଦ୍ରା ଓ ମାଗଣା ବିଜୁଳି ଭଳି ପ୍ରସଙ୍ଗରେ ବିଜେପି ସରକାରର ମିଛ ପ୍ରତିଶୃତି ଲୋକଙ୍କୁ ସଚେତନ କରାଯିବ ବୋଲି ବିଜେଡି ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.