Odisha Link
Bridging the Missing Links in Odisha

ମନମୋହନଙ୍କୁ ବିଜେଡି ବିଧାୟକଙ୍କ କଡ଼ା ଜବାବ, କହିଲେ-ତାକତ ଅଛି ଯଦି…

ଓଏଲ୍‌ ବ୍ୟୁରୋ: ୨୪ ବର୍ଷର କ୍ଷମତାରେ ବିରାମ ଲାଗିଛି। ବିଜୁ ଜନତା ଦଳର ସରକାରକୁ ହରାଇ ପ୍ରଥମ ଥର ପାଇଁ ରାଜ୍ୟ ଶାସନ ଗାଦିରେ ବସିଛି ଭାରତୀୟ ଜନତା ପାର୍ଟି। ହେଲେ ଏଯାଏଁ ବିଜେଡି ପରାଜୟର କାରଣ ଖୋଜା ଶେଷ ହୋଇନାହିଁ। ଏସବୁ ଭିତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ବଡ଼ ବୟାନ ଦେଇଥିଲେ। ସେ କହିଥିଲେ, ବିଜେପିରେ ମିଶିବା ପାଇଁ ବହୁ ବିଜେଡି ନେତା ଆବେଦନ କହିଛନ୍ତି। ବିଜେଡି ଖାଲି ହୋଇଯିବ।

ଏହା ପରେ ବିଜେପି ରାଜ୍ୟ ସଭାପତିଙ୍କୁ ବିଧାୟକ ବଦ୍ରି ପାତ୍ର ଖୋଲା ଚ୍ୟାଲେଞ୍ଜ କରିଛନ୍ତି। ସେ କହିଛନ୍ତି, ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ବୟାନବାଜିରେ ଲାଭ ନାହିଁ, କାହା ମୁହଁରେ ହାତ ଦେଇ ହେବକି। ବିଜେଡି ବଡ଼ ଆଞ୍ଚଳିକ ଦଳ, ଏ ଭାଡ଼ି ଖାଲି କରିବାର ତାକତ କାହାର ନାହିଁ ବୋଲି ବିଧାୟକ ବଦ୍ରି ପାତ୍ର କହିଛନ୍ତି।

ସୂଚନା ଅନୁସାରେ, ଗତକାଲି ବିଜେପି ସଭାପତି ମନମୋହନ ସାମଲଙ୍କ ବୟାନ ରାଜନୈତିକ ଖୋରାକ ଯୋଗାଇଥିଲା। ସେ କହିଥିଲେ ବିଜେପିରେ ମିଶିବାକୁ ବହୁ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ। ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧି ବିଜେପିରେ ମିଶିଲେ। ୨ ରାଜ୍ୟସଭା ସାଂସଦ ମିଶିଲେ, ଆଗକୁ ଆଗକୁ ଆହୁରି ଅନେକ ନେତା ମିଶିବେ। ସେମାନେ ନିଜ ଇଚ୍ଛାରେ ବିଜେପିରେ ମିଶିବାକୁ ନିବେଦନ କରୁଛନ୍ତି ବୋଲି ମନମୋହନ ସାମଲ କହିଥିଲେ।

Leave A Reply

Your email address will not be published.