Odisha Link
Bridging the Missing Links in Odisha

ଏହି ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଓଏଲ୍‌ ବ୍ୟୁରୋ: ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର୍ଯ୍ୟ ଥିବାରୁ ଶୁଣାଣି ବନ୍ଦ ରହିବ। ସେହିପରି ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସୂଚନାଯୋଗ୍ୟ, ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଲୋକଙ୍କ ଅଭିଯୋଗ ଶୁଣନ୍ତି। ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଥିଲା।

ସୂଚନାଥାଉକି, ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ହେଉଛି ଏହି ଅଭିଯୋଗ ଶୁଣାଣି। ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀ ଲୋକମାନଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେଉଥିବା ବେଳେ ଏଥିରେ ତାଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି।

Leave A Reply

Your email address will not be published.