Odisha Link
Bridging the Missing Links in Odisha

ସୁଭଦ୍ରା ଯୋଜନା: ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା..

ଓଏଲ୍‌ ବ୍ୟୁରୋ: ଅକ୍ଟୋବର ୭ ତାରିଖ ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି। ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ। ସିଧାସଳଖ ଆକାଉଣ୍ଟକୁ ୯ ତାରିଖ ୧୨ଟା ସୁଦ୍ଧା ଟଙ୍କା ପହଞ୍ଚିବ। NPCI କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଟଙ୍କା। କମ ଦିନ ଭିତରେ ଏକ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବା ଅତି ସୌଭାଗ୍ୟର କଥା ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା।

ଅନ୍ୟପଟେ, ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ୱଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ ବୋଲି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ‘ସୁଭଦ୍ରା’ ଯୋଜନା ସମ୍ୱନ୍ଧୀୟ ସମସ୍ତ ଅପଡେଟ୍ ଖବର ପାଇଁ ‘ସୁଭଦ୍ରା’ର ଅଫିସିଆଲ ୱେବସାଇଟ୍ କିମ୍ୱା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରିବା ସହ ଟୋଲ ଫ୍ରୀ ନମ୍ୱର(୧୪୬୭୮)କୁ କଲ୍ କରିବାକୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.