Odisha Link
Bridging the Missing Links in Odisha

ଆଜି ୨୮୪ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ପ୍ରଶାସନକୁ ଆହୁରି କ୍ରିୟାଶୀଳ କରି ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ ଲକ୍ଷ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗର ୨୮୪ ଜଣ ନବ ମନୋନୀତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବାକୁ ଯାଉଛନ୍ତି। ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ହେବାକୁ ଥିବା ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ବଣ୍ଟନ କରିବେ। ନିଯୁକ୍ତି ପତ୍ର ପାଇବାକୁ ଥିବା ପ୍ରାର୍ଥୀ, ଶକ୍ତିବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ଓଡ଼ିଶା ଖଣି ନିଗମ ପାଇଁ ମନୋନୀତ ହୋଇଛନ୍ତି।ନିକଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୯ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ।

Leave A Reply

Your email address will not be published.