Odisha Link
Bridging the Missing Links in Odisha

ସୁଭଦ୍ରା ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, କହିଲେ..

ଓଏଲ୍‌ ବ୍ୟୁରୋ: ସୁଭଦ୍ରା ଆବେଦନକାରୀଙ୍କ ପାଇଁ ବଡ଼ ଖବର। ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି। ସିଧାସଳଖ ଆକାଉଣ୍ଟକୁ ଏହି ଟଙ୍କା ପ୍ରଦାନ କରାଯାଇଛି। ବାରିପଦାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛଉ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର ‘ସୁଭଦ୍ରା’ ସମାବେଶ କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରିଛନ୍ତି। ୧୭୫୦ କୋଟିର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। NPCI କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ଟଙ୍କା ମିଳିଛି।

ସୂଚନା ଅନୁସାରେ, ଅକ୍ଟୋବର ୭ ତାରିଖ ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଥିବାବେଳେ ପ୍ରାୟ ୧.୫ କୋଟି ମହିଳାଙ୍କ ଫର୍ମ ରେଜିଷ୍ଟ୍ରେସନ ହୋଇଛି। ତେବେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରାର ପ୍ରଥମ କିସ୍ତି ଟଙ୍କା ପାଇନଥିବା ମହିଳାଙ୍କୁ ଆସନ୍ତା ଡିସେମ୍ବର ମାସ ସୁଦ୍ଧା ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।

Leave A Reply

Your email address will not be published.