Odisha Link
Bridging the Missing Links in Odisha

୨ଟି ପର୍ଯ୍ୟାୟରେ ହେବ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ

ଓଏଲ୍‌ ବ୍ୟୁରୋ: ବାଜିଲା ବିଗୁଲ। ନଭେମ୍ବର ମାସରେ ହେବ ଝାଡ଼ଖଣ୍ଡ ନିର୍ବାଚନ। ଚଳିତଥର ଦୁଇଟି ପର୍ଯ୍ୟାୟରେ ହେବ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ନଭେମ୍ବର ୧୩ ତାରିଖରେ ଓ ୨୦ ତାରିଖରେ ଝାଡ଼ଖଣ୍ଡରେ ହେବ ବିଧାନସଭା ନିର୍ବାଚନ। ସେହିପରି ନଭେମ୍ବର ୨୩ ତାରିଖରେ ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।

ଚଳିତଥର ଝାଡ଼ଖଣ୍ଡ ନିର୍ବାଚନରେ ୨.୬ କୋଟି ଭୋଟର ନିଜର ମତ ସାବ୍ୟସ୍ତ କରିବେ। ସେ ମଧ୍ୟରେ ମହିଳା ଭୋଟର ୧.୨୯ କୋଟି ଥିବା ବେଳେ ପୁରୁଷ ଭୋଟରଙ୍କ ସଂଖ୍ୟା ୧.୩୧ ରହିଛି। ସେହିପରି ୧୧.୮୪ ଲକ୍ଷ ୧୮ରୁ ୧୯ ବର୍ଷିୟ ଭୋଟର ପ୍ରଥମ ଥର ପାଇଁ ନିଜ ମତ ସାବ୍ୟସ୍ତ କରିବେ। ୬୬.୮୪ ଲକ୍ଷ ଯୁବ ଭୋଟର ଚଳିତ ଥର ନିର୍ବାଚନରେ ନିଜର ମତ ସାବ୍ୟସ୍ତ କରିବେ।

ଚଳିତଥର ୨ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ନଭେମ୍ବର ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବା ବେଳେ ନଭେମ୍ବର ୨୦ ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଅକ୍ଟୋବର ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ୨୫ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରହିବ। ସେହିପରି ଅକ୍ଟୋବର ୩୦ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ। ନିର୍ବାଚନ ଫଳାଫଳ ନଭେମ୍ବର ୨୩ରେ ପ୍ରକାଶ ପାଇବ ବୋଲି ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ।

Leave A Reply

Your email address will not be published.