Odisha Link
Bridging the Missing Links in Odisha

ପୁରୀ: ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ଆଶ୍ବିନ ଶୁକ୍ଲ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ଅଟେ। ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି। ଏହି ନୀତି ସମାପନ ହେବାକୁ ପ୍ରାୟ ଚାରି ଘଣ୍ଟା ସମୟ ଲାଗିଥାଏ। ଏହି ସମୟରେ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ। ତିନି ଦାରୁମୂର୍ତ୍ତିଙ୍କ ମୁଖ ମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ।

Leave A Reply

Your email address will not be published.