ଜଗା ଦର୍ଶନକୁ ନେଇ ଆସିଲା ବଡ଼ ଖବର, କେବଳ ଦୁଇ ଦ୍ୱାର ଦେଇ ପ୍ରବେଶ କରିବେ ଭକ୍ତ
ଓଏଲ୍ ବ୍ୟୁରୋ: ଆଉ ଦିନକ ପରେ ଆରମ୍ଭ ହେବ କାର୍ତ୍ତକି ମାସ। ଧର୍ମ ମାସ ଆରମ୍ଭ ହେବା ପୂର୍ବରୁ ଜଗା ଦର୍ଶନକୁ ନେଇ ଆସିଛି ବଡ଼ ତଥ୍ୟ। ଆସନ୍ତା ୧୮ ତାରିଖରୁ ଶ୍ରୀମନ୍ଦିରର ଦୁଇ ଦ୍ୱାର ଦେଇ ପ୍ରବେଶ କରିବେ ଭକ୍ତ। ତେବେ କାର୍ତ୍ତିକ ମାସରେ ହବିଷ୍ୟାଳି ବ୍ରତଧାରୀଙ୍କ ଭିଡକୁ ଦୃଷ୍ଟିରେ ଏଭଳି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଏନେଇ ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ମଧ୍ୟ ଜାରି ହୋଇଛି।
ମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ କାର୍ତ୍ତିକ ମାସରେ ଶ୍ରଦ୍ଧାଳୁ ତଥା ହବିଷ୍ୟ ବ୍ରତଧାରୀଙ୍କ ଭିଡକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଦର୍ଶନରେ ଏହି ସବୁ ଶୃଙ୍ଖଳା ଗ୍ରହଣ କରାଯାଇଛି। ଆସନ୍ତା ଅକ୍ଟୋବର ୧୮ ତାରିଖରୁ କେବଳ ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ ଅନୁମତି ଦିଆଯିବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ କରିପାରିବେ। ସିଂହଦ୍ୱାରରେ ଭକ୍ତଙ୍କ ପ୍ରସ୍ଥାନକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ତେବେ ଶ୍ରୀମନ୍ଦିର ସେବକ ଓ ସେବକ ପରିବାର ସଦସ୍ୟଙ୍କ ପାଇଁ ଏହି ନିୟମ କାର୍ଯ୍ୟକାରୀ ହେବ ନାହିଁ।
ସୂଚନାଥାଉକି, ରାଜ୍ୟରେ ବିଜେପି ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଥିଲେ। ଭକ୍ତଙ୍କ ପାଇଁ ଚାରିଦ୍ୱାର ଖୋଲିଥିଲେ ମୋହନ ସରକାର।