Odisha Link
Bridging the Missing Links in Odisha

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତ ସମୟରେ ଗତକାଲି ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ସୁସ୍ଥତା, ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା ତଦନ୍ତର ଅଗ୍ରଗତି ଆଦି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୁଙ୍ଖାନୁପଙ୍ଖ ସମୀକ୍ଷା କରିଛନ୍ତି। ଏହି ଅବସରରେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଆଇଜି(ସିଏଡବ୍ଲ୍ୟୁ ଓ ସିଡବ୍ଲ୍ୟୁ) ଏସ. ସାଇନି ଏହି ମାମଲାର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ସୂଚନା ପ୍ରଦାନ କରିଥିଲେ। ଉକ୍ତ ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଚିହ୍ନଟ ଏବଂ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଓଡିଶା ପୋଲିସର ବରିଷ୍ଠ ଅଧିକାରୀଗଣ ଦିଲ୍ଲୀ ପୁଲିସ ସହ ଯୋଗାଯୋଗରେ ରହିଛନ୍ତି।

ସୂଚନା ଅନୁସାରେ, ଗଣଦୁଷ୍କର୍ମର ଶିକାର ଯୁବତୀ ଜଣେ ନର୍ସିଂ ଗ୍ରାଜୁଏଟ ବୋଲି ଜଣାପଡିଛି। ଗତ ୧୦ ଏବଂ ୧୧ ତାରିଖ ରାତିରେ ଦିଲ୍ଲୀ ସାଉଥ ଇଷ୍ଟର ସରାଇକଲେ ଖାନ୍‌ ଫ୍ଲାଏଓଭର ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ୩୪ ବର୍ଷୀୟ ଯୁବତୀଙ୍କୁ ଉଦ୍ଧାର କରାଯାଇଥିଲା। ପ୍ରାୟ ବର୍ଷେ ଧରି ଦିଲ୍ଲୀରେ ସେ ରହିଆସୁଥିଲେ। ହେଲେ ଗତ ମାସେ ଧରି ଯୁବତୀ କୁଆଡ଼େ ନିଖୋଜ ହୋଇଯାଇଥିବା ପରିବାର ପକ୍ଷରୁ ମାମଲା କରାଯାଇଥିଲା। ଏବେ ଦିଲ୍ଲୀ ଏମ୍ସରେ ତାଙ୍କର ଚିକିତ୍ସା ଚାଲିଛି। ପ୍ରାୟ ବର୍ଷେ ହେବ ସେ ଓଡ଼ିଶା ଛାଡ଼ି ଦିଲ୍ଲୀରେ ରହୁଛନ୍ତି।

Leave A Reply

Your email address will not be published.