Odisha Link
Bridging the Missing Links in Odisha

ଆଜି ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣିମା, ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି

ଓଏଲ୍‌ ବ୍ୟୁରୋ: ଆଜି କୁମାର ପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କର ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି। ପରମ୍ପରା ଅନୁସାରେ ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ନୀତି ଶେଷ ହେବାପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟଶେଯ ଘରେ ବିଜେ କରାଯିବ। ଏହା ପରେ ଆଜ୍ଞାମାଳ ପାଇ ଶ୍ରୀସୁଦର୍ଶନ ମହାପ୍ରଭୁ ଚଉଦୋଳରେ ଚାରି ଆଶ୍ରମକୁ ବିଜେ କରିବେ। ସେଠାରେ ପନ୍ତିଭୋଗ ଓ ବନ୍ଦାପନା ନୀତି ସରିବା ପରେ ପଶ୍ଚିମଦ୍ବାର ଦେଇ ପୁନର୍ବାର ଶ୍ରୀମନ୍ଦିର ଭିତରକୁ ପ୍ରତ୍ୟାବର୍ତ୍ତନ କରିବେ। ସେପଟେ ବଡସିଂହାର ଭୋଗ ସରିଲେ ରତ୍ନସିଂହାସନ ତଳେ ଓ ଉପରେ ଶକଟା, ପଶା ଓ କଉଡି ଖେଳ ହେବ। ଶ୍ରୀମନ୍ଦିରର ପରମ୍ପରାରେ ଏହାକୁ ଦ୍ୟୁତକ୍ରୀଡା ନାମରେ ଅଭିହିତ କରାଯାଇଅଛି।

ସର୍ତ୍ତ ଅନୁଯାୟୀ ଏହି ଦ୍ୟୂତ କ୍ରୀଡାରେ ମା ମହାଲକ୍ଷ୍ମୀଙ୍କ ଠାରୁ ଶ୍ରୀଜଗନ୍ନାଥ ମହାପ୍ରଭୁ ହାରିଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ। ଅଷ୍ଟମୀ ଦିନ ଅବକାଶ ପୂଜା ସମୟରେ ପୁନଃ ମାଧବ ସିଂହାସନରେ ବିଜେ କରିବେ। ମହାପ୍ରଭୁଙ୍କ ତରଫରୁ ପ୍ରତିନିଧି ମୁଦିରସ୍ତ ଓ ଲକ୍ଷ୍ମୀଙ୍କ ପ୍ରତିନିଧି ଭିତରଚ୍ଛ ମହାପାତ୍ର ୨୧ ଟି ହିଙ୍ଗୁଳ କଉଡ଼ି, ୨୧ଟି ରୂପା କଉଡି, ପଶା ଶକଟାରେ ଏହି ଖେଳମାନ ଖେଳିଥାନ୍ତି।

Leave A Reply

Your email address will not be published.