Odisha Link
Bridging the Missing Links in Odisha

ହରିୟାଣା: ବିଜେପିର ତୃତୀୟ ପାଳି, ନାୟବ ସିଂଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ଓଏଲ୍‌ ବ୍ୟୁରୋ: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ହରିୟାଣା ନିର୍ବାଚନରେ ବାଜି ମାରିଛି ବିଜେପି। କାମ କରିଛି ମୋଦି ମ୍ୟାଜିକ। ତୃତୀୟ ଥର ପାଇଁ ହରିୟାଣାରେ ଭାଜପା ସରକାର ଗଠନ ହୋଇଛି। ନାୟବ ସିଂ ସଇନିଙ୍କୁ ପୁଣି ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଆଜିଠୁ ନିଜର ଦ୍ବିତୀୟ ଇନିଂସ ଆରମ୍ଭ କରିଛନ୍ତି ନାୟବ ସିଂ ସଇନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସେ ରାଜ୍ୟ ମୁଖିଆ ଭାବେ ଶପଥ ନେଇଛନ୍ତି। ଏଥିସହ ବିଜେପି ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି।

ସୂଚନା ଅନୁସାରେ, ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଆଜିଠୁ ନିଜର ଦ୍ବିତୀୟ ଇନିଂସ ଆରମ୍ଭ କରିଛନ୍ତି ନାୟବ ସିଂ ସଇନି। ହରିୟାଣା ରାଜ୍ୟପାଳ ବନ୍ଦରୁ ଦତ୍ତାତ୍ରେୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ କ୍ୟାବିନେଟ ମନ୍ତ୍ରୀ ଭାବେ ଅନିଲ ବିଜ୍ ମଧ୍ୟ ଶପଥ ନେଇଛନ୍ତି। ପଞ୍ଚକୁଳାସ୍ଥିତ ସେକ୍ଟର ୫ ପରେଡ୍ ଗ୍ରାଉଣ୍ଡରେ ଶପଥ ଉତ୍ସବର ଭବ୍ୟ ଆୟୋଜନ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଉପସ୍ଥିତ ଥିଲେ। ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ଏନଡିଏ ମେଣ୍ଟର ସଦସ୍ୟ ଦଳ ମୁଖିଆମାନେ ମଧ୍ୟ ଯୋଗ ଦେଇଛନ୍ତି। ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ମଧ୍ୟ ଶପଥ ଉତ୍ସବରେ ଯୋଗ ଦେଇଛନ୍ତି।

Leave A Reply

Your email address will not be published.