ଆଜି ମୁମ୍ବାଇରେ ନିବେଶକ ସମ୍ମିଳନୀ, ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁମ୍ବାଇରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆୟୋଜିତ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସଂପଦ ସ୍ୱାଇଁଙ୍କ ସହ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହେବେ। ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବାଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଯେଉଁଥିରେ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର। ସେହିପରି ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜନ ହେବାକୁ ଥିବା ଇଣ୍ଡିଆ କେମ୍ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ଏଥିରେ ପାରାଦ୍ୱୀପ, ଗୋପାଳପୁର ଓ ଧାମରାକୁ କେମିକାଲ ଶିଳ୍ପ ଆସିବା ସମ୍ଭାବନା ରହିଛି।