Odisha Link
Bridging the Missing Links in Odisha

ବଢ଼ିଲା ବାତ୍ୟା ଭୟ, ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ପ୍ରଭାବରେ ସୋମବାର ସକାଳ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳେ ଅବପାତ ଏବଂ ୨୩ ତାରିଖରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି।

ଏହା ପରେ ଉତ୍ତରପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ଭୋର ସମୟରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ତଥା ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସ୍ଥଳଭାଗ ଛୁଇଁବ। ଘୂର୍ଣ୍ଣିବଳୟ ଯଦି ବାତ୍ୟାର ରୂପ ନିଏ, ତେବେ ଏହାର ନାମ ‘ଦାନା’ ରଖାଯିବ। ଉତ୍ତର ଭାରତ ମହାସାଗରରେ ସୃଷ୍ଟି ଘୂର୍ଣ୍ଣିଝଡ଼ ନାମ ତାଲିକା ଅନୁସାରେ, ଏହାର ନାମ ‘ଦାନା’ ରହିବ। ମଧ୍ୟପ୍ରାଚ୍ୟ ଦେଶ କାତାର୍ ପକ୍ଷରୁ ଏହି ନାମକରଣ ହୋଇଛି।

୨୩, ୨୪, ୨୫ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ୨୦ରୁ ୩୦ ସେମି ବର୍ଷିବ।ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ହେବାର ସମ୍ଭାବନା ରହିଛି। ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହେବ। ଭୟଭୀତ ନ ହୋଇ ନିରାପଦରେ ରହିବାକୁ ପଦକ୍ଷେପ ନିଅନ୍ତୁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.