Odisha Link
Bridging the Missing Links in Odisha

ବାତ୍ୟା ପାଇଁ ଡାକ୍ତରଙ୍କ ଛୁଟି ବାତିଲ୍

ଓଏଲ୍‌ ବ୍ୟୁରୋ: ବଢୁଛି ବାତ୍ୟା ଭୟ। ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବାତ୍ୟା ଦାନାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।

ଆବଶ୍ୟକ ଔଷଧ ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ଯୋଗୁଁ ସବୁ ଡାକ୍ତରଙ୍କ ଛୁଟି ବାତିଲ ହୋଇଛି। ହସ୍ପିଟାଲରେ ୨୪ ଘଣ୍ଟିଆ ପାୱାର ବ୍ୟାକ୍ ଅପ ବ୍ୟବସ୍ଥା ହୋଇଛି। ସ୍ୱଚ୍ଛ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦିଆଯାଇଛି। ଗର୍ଭବତୀ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।

Leave A Reply

Your email address will not be published.